Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:10 - ଓଡିଆ ବାଇବେଲ

10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍‍ ଆକାଶ ପରି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ଵଳ ନୀଳକା; ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ଏବଂ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ନୀଳ ଆକାଶ ପରି ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 24:10
28 Referans Kwoze  

କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।


ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତ ମଣି (ଉଜ୍ଜ୍ୱଳ ସବୁଜ ରଙ୍ଗର ମର୍କତ ମଣି) ତୁଲ୍ୟ ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।


ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”


ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”


ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”


ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।


ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା ।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।


କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ୱରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି ।


ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ଆଉ ସେ ଇସ୍ରାଏଲ ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”


ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।


ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।


କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ’ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ ? ସେହିକ୍ଷଣେ ମୋ’ଠାରେ କିଛି ବଳ ଅବା ମୋ’ ମଧ୍ୟରେ ଶ୍ୱାସ ରହିଲା ନାହିଁ।


ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।


ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।


Swiv nou:

Piblisite


Piblisite