Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:12 - ଓଡିଆ ବାଇବେଲ

12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”

Gade chapit la Kopi




ଯାତ୍ରା ପୁସ୍ତକ 24:12
21 Referans Kwoze  

ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”


ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା । ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,


ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଯେପରି ଦେଶ ଅଧିକାର କଲା ପରେ ସେସବୁ ପାଳନ କରିବ।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।


କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”


ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ ।


ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;


ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।


ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।


ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;


ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।


Swiv nou:

Piblisite


Piblisite