Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:1 - ଓଡିଆ ବାଇବେଲ

1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ।

Gade chapit la Kopi




ଯାତ୍ରା ପୁସ୍ତକ 26:1
29 Referans Kwoze  

ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।


ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।


ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ ।


ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;


ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି ।


କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।


ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”


“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।”


ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।


ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମ ସୂତ୍ର ଓ ଛାଗର ଲୋମ,


ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।


ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,


କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି ।


ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।


ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,


ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,


ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”


ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,


ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।


ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;


ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।


Swiv nou:

Piblisite


Piblisite