Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:16 - ଓଡିଆ ବାଇବେଲ

16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମ ବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ

16 “ପ୍ରାଙ୍ଗଣର ପ୍ରବେଶ ପଥ ନିମନ୍ତେ ପରଦାଟି କୋଡ଼ିଏ ହାତ ଲମ୍ବ ହେବା ଉଚିତ୍। ସେହି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତାରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତାରେ ଶିଳ୍ପକର୍ମ ହୋଇଥିବ। ଏବଂ ଏହାର ଗ୍ଭରୋଟି ସ୍ତମ୍ଭ ଓ ଗ୍ଭରୋଟି ଆଧାର ହେବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 27:16
10 Referans Kwoze  

ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।


‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି ? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’


ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।


ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।


ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ।


ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।


ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।


ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।


ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।


Swiv nou:

Piblisite


Piblisite