Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:4 - ଓଡିଆ ବାଇବେଲ

4 ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁ-ଦ୍ଵାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।

Gade chapit la Kopi

ପବିତ୍ର ବାଇବଲ

4 “ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ-ତମ୍ବୁ ସ୍ଥାନର ଦ୍ୱାର ଦେଶକୁ ଆଣ। ସେମାନଙ୍କୁ ଗାଧୋଇ ଦିଅ।

Gade chapit la Kopi




ଯାତ୍ରା ପୁସ୍ତକ 29:4
18 Referans Kwoze  

ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ;


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ


ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।


ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।


ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ।”


ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।


Swiv nou:

Piblisite


Piblisite