Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:19 - ଓଡିଆ ବାଇବେଲ

19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରା; ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

19 “କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 3:19
13 Referans Kwoze  

ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”


ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”


ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।


ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।


Swiv nou:

Piblisite


Piblisite