Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:10 - ଓଡିଆ ବାଇବେଲ

10 ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ଵାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”

Gade chapit la Kopi

ପବିତ୍ର ବାଇବଲ

10 “ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ଯଜ୍ଞବେଦିର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ୟବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରତ୍ୟେକ ବର୍ଷ ଏହା କରିବା ଉଚିତ୍। ଏହି ଯଜ୍ଞବେଦି ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।”

Gade chapit la Kopi




ଯାତ୍ରା ପୁସ୍ତକ 30:10
18 Referans Kwoze  

ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।


ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।


କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ୱରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,


ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।


ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।


ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।


ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।


ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।


ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।


Swiv nou:

Piblisite


Piblisite