Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:16 - ଓଡିଆ ବାଇବେଲ

16 ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେହି ପ୍ରସ୍ତର ପଟା ପରମେଶ୍ଵରଙ୍କ-ନିର୍ମିତ; ପୁଣି ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ଵରଙ୍କ ଲିଖନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ପରମେଶ୍ୱରଙ୍କ ଦ୍ୱାରା ସେହି ପ୍ରସ୍ତର ଫଳକ ନିର୍ମିତ ହୋଇଥିଲା ଏବଂ ପରମେଶ୍ୱର ସ୍ୱହସ୍ତରେ ଲେଖିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 32:16
12 Referans Kwoze  

ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।


କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।


ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,


ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।”


ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।


ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।


ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।


ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”


ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା !


Swiv nou:

Piblisite


Piblisite