Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:19 - ଓଡିଆ ବାଇବେଲ

19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।

Gade chapit la Kopi

ପବିତ୍ର ବାଇବଲ

19 ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ।

Gade chapit la Kopi




ଯାତ୍ରା ପୁସ୍ତକ 32:19
20 Referans Kwoze  

କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ ।


ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋ' ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।


ଏଉତ୍ତାରେ ମୁଁ ‘ବନ୍ଧନୀ’ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।


ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।


ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।


“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?


ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, "ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ" ।


ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।


ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।


ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।


Swiv nou:

Piblisite


Piblisite