Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:22 - ଓଡିଆ ବାଇବେଲ

22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ହାରୋଣ କହିଲେ, ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।

Gade chapit la Kopi

ପବିତ୍ର ବାଇବଲ

22 ହାରୋଣ ଉତ୍ତର ଦେଲେ, “କ୍ରୋଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୁଲ୍ କରନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 32:22
17 Referans Kwoze  

ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।


ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।


ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?”


ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ?


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।


ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ’ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?


ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।”


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”


ତହୁଁ ଶାଉଲ କହିଲେ, ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।


ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


Swiv nou:

Piblisite


Piblisite