Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:3 - ଓଡିଆ ବାଇବେଲ

3 ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ଵର୍ଣ୍ଣକୁଣ୍ତଳସବୁ କାଢ଼ି ହାରୋଣଙ୍କ କତିକି ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ଲୋକମାନେ ସେହି କର୍ଣ୍ଣକୁଣ୍ଡଳ ଗୁଡ଼ିକୁ ସଂଗ୍ରହ କରି ହାରୋଣଙ୍କୁ ଦେଲେ।

Gade chapit la Kopi




ଯାତ୍ରା ପୁସ୍ତକ 32:3
10 Referans Kwoze  

ତର୍ଶୀଶ୍‍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।


ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।


ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ।


ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ’ ପାଖକୁ ଆଣ।”


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ଏଥିରେ ଇସ୍ରାଏଲ ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇ ଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।


କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;


Swiv nou:

Piblisite


Piblisite