Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:5 - ଓଡିଆ ବାଇବେଲ

5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯେବେ ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”

Gade chapit la Kopi

ପବିତ୍ର ବାଇବଲ

5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ଯିବି ତେବେ ତୁମ୍ଭମାନଙ୍କୁ ଧ୍ୱଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହା ପରେ ତୁମ୍ଭମାନଙ୍କ ପାଇଁ କ’ଣ କରାଯିବ ବିଗ୍ଭର କରିବା।’”

Gade chapit la Kopi




ଯାତ୍ରା ପୁସ୍ତକ 33:5
16 Referans Kwoze  

“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”


ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ’ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।


ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।”


ଏଥିରେ ଇସ୍ରାଏଲ ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇ ଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।


ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।


ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”


Swiv nou:

Piblisite


Piblisite