Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:1 - ଓଡିଆ ବାଇବେଲ

1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”

Gade chapit la Kopi

ପବିତ୍ର ବାଇବଲ

1 “ତେଣୁ ବତ୍ସଲେଲ, ଅହଲୀୟାବ ଏବଂ ପ୍ରତ୍ୟେକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀୟ କାର୍ଯ୍ୟ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସେମାନଙ୍କୁ ପବିତ୍ର ସ୍ଥାନ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦେଇଥିଲେ।”

Gade chapit la Kopi




ଯାତ୍ରା ପୁସ୍ତକ 36:1
19 Referans Kwoze  

ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।


ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।


ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।


ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି ।


ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।


ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।


ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।


ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।


ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”


ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”


ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।


ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।


Swiv nou:

Piblisite


Piblisite