Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:2 - ଓଡିଆ ବାଇବେଲ

2 ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ

2 ତା'ପରେ ମୋଶା ବତ୍ସଲେଲ ଏବଂ ଅହଲୀୟାବ ପ୍ରତ୍ୟେକ ନିପୁଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ଯ୍ୟ କରିବାକୁ କୌଶଳ ଓ ଅତିଶୟ ଦକ୍ଷତା ଦେଇଛନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 36:2
15 Referans Kwoze  

ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ ।


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ ।


ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।


ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।


ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି ?”


ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,


ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”


ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।


ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।


ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।


ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”


ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।


Swiv nou:

Piblisite


Piblisite