Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:8 - ଓଡିଆ ବାଇବେଲ

8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ଵୁର ଦ୍ଵାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ଵାରା ସେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

8 ସ୍ତ୍ରୀ ଲୋକମାନେ ଦେଇଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୁଖା ତିଆରି କଲେ। ସେହି ସ୍ତ୍ରୀଲୋକମାନେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କରୁଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:8
23 Referans Kwoze  

ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।


ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।


ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।


ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;


ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;


ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର ।


କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।


ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।


ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।


ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।


ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,


ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


Swiv nou:

Piblisite


Piblisite