Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:10 - ଓଡିଆ ବାଇବେଲ

10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ଵ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ସଦାପ୍ରଭୁ, କଥା କହିବାର ଗ୍ଭତୁର୍ଯ୍ୟ ମୋ'ଠାରେ ନାହିଁ। ଏବଂ ଅତୀତରେ ମୁଁ ଜଣେ ଉତ୍ତମ ବକ୍ତା ନ ଥିଲି। ବର୍ତ୍ତମାନ ମଧ୍ୟ ମୁଁ ଜଣେ ଉତ୍ତମ ବକ୍ତା ନୁହେଁ, ଯଦିଓ ତୁମ୍ଭେ ମୋତେ କହିଲ। ତୁମ୍ଭେ ଜାଣିଛ ଯେ, ମୁଁ ବହୁତ ଧିର କହେ ଏବଂ ଉତ୍ତମ ଶବ୍ଦ ବ୍ୟବହାର କରି ପାରିବି ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 4:10
11 Referans Kwoze  

ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?”


କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ ।


ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।


ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”


କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ ।


“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।


ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?”


ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?”


ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।


Swiv nou:

Piblisite


Piblisite