Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:11 - ଓଡିଆ ବାଇବେଲ

11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି? ପୁଣି ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରଇ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ସଦାପ୍ରଭୁ ତାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଛି? ମନୁଷ୍ୟକୁ କିଏ ମୁକ ବା ବଧିର କରେ? ମନୁଷ୍ୟକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ୟକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସେହି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସେହି ସଦାପ୍ରଭୁ।

Gade chapit la Kopi




ଯାତ୍ରା ପୁସ୍ତକ 4:11
18 Referans Kwoze  

ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?


ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।


ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”


ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ?


ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।


ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।


ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ୱରଙ୍କ ପ୍ରଶଂସା କରିବାକୁ ଲାଗିଲେ ।


ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ ?


ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”


ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।


Swiv nou:

Piblisite


Piblisite