Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:13 - ଓଡିଆ ବାଇବେଲ

13 ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସେ କହିଲେ, ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ଵାରା ପଠାଇବାର ହୁଏ, ତାହା ଦ୍ଵାରା ପଠାନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ମୋଶା କହିଲେ, “ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ବିନୟ କରୁଅଛି ମୋତେ ନ ପଠାଇ ଅନ୍ୟ ଜଣକୁ ପଠାଅ।”

Gade chapit la Kopi




ଯାତ୍ରା ପୁସ୍ତକ 4:13
16 Referans Kwoze  

ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ୱରଙ୍କ କାର୍ଯ୍ୟ ଅଟେ ।


ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ’ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ’ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।


ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”


ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।


ଅର୍ଥାତ୍‍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।


Swiv nou:

Piblisite


Piblisite