Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:14 - ଓଡିଆ ବାଇବେଲ

14 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତେଣୁ ସେ କହିଲେ, ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

14 ଏହା ପରେ ସଦାପ୍ରଭୁ କ୍ରୋଧରେ ମୋଶାଙ୍କୁ କହିଲେ, “ଉତ୍ତମ! ତୁମ୍ଭର ସାହାଯ୍ୟ ପାଇଁ ମୁଁ ଅନ୍ୟ ଜଣକୁ ପଠାଇବି। ତୁମ୍ଭର ଭାଇ, ଲେବୀୟ ହାରୋଣ ଜଣେ ସୁବକ୍ତା ଅଟେ। ସେ ତୁମ୍ଭକୁ ସାକ୍ଷାତ କରିବାକୁ ଆସୁଅଛି। ସେ ତୁମ୍ଭକୁ ଦେଖି ଆନନ୍ଦିତ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 4:14
19 Referans Kwoze  

ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।


ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି ।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।


କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;


ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।


ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”


ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”


ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।


ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ


ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।


ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।


ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।


Swiv nou:

Piblisite


Piblisite