Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:22 - ଓଡିଆ ବାଇବେଲ

22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;

Gade chapit la Kopi

ପବିତ୍ର ବାଇବଲ

22 ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।

Gade chapit la Kopi




ଯାତ୍ରା ପୁସ୍ତକ 4:22
17 Referans Kwoze  

ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”


ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର “ମୁକ୍ତିଦାତା” ବୋଲି ତୁମ୍ଭର ନାମ ଅଛି।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।


ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।


ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ ।


“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।”


ପୁଣି, ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, “ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।”


ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


ଇସ୍ରାଏଲ କି ଦାସ ? ସେ କି ଗୃହଜାତ ଜନ୍ମରୁ ଦାସ ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି ?


ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”


Swiv nou:

Piblisite


Piblisite