Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:2 - ଓଡିଆ ବାଇବେଲ

2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଫାରୋ କହିଲେ, ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଛାଡ଼ି ଦେବୁ? ଆମ୍ଭେ ସଦାପ୍ରଭୁକୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଛାଡ଼ି ଦେବୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ଫାରୋ କହିଲେ, “ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 5:2
25 Referans Kwoze  

ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।


ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା ?’


ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋ’ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?’”


ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।


ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।


ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?


ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।


ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।


ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ’ ହସ୍ତରୁ ଓ ମୋ’ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ ?


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।”


ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।


ମୋ’ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ ?


ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।


ମାତ୍ର ଯଦି ତୁମ୍ଭେମାନେ କୁହ, ‘ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ’ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,


ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।


ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ’ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରିବ ?


ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ ? ଯିଶୀର ପୁତ୍ର କିଏ ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।


କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;


ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


Swiv nou:

Piblisite


Piblisite