ଯାତ୍ରା ପୁସ୍ତକ 5:21 - ଓଡିଆ ବାଇବେଲ21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଏଣୁ ସେମାନଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କର ସୁଗନ୍ଧକୁ ଦୁର୍ଗନ୍ଧ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ଼୍ଗ ଦେଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।” Gade chapit laପବିତ୍ର ବାଇବଲ21 ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।” Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।