Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:13 - ଓଡିଆ ବାଇବେଲ

13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ସଦାପ୍ରଭୁ ଇସ୍ରାଏଲର ସନ୍ତାନଗଣଙ୍କୁ କହିବା ପାଇଁ ମୋଶା ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ଯିବା ପାଇଁ ଏବଂ ଇସ୍ରାଏଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସେମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi




ଯାତ୍ରା ପୁସ୍ତକ 6:13
14 Referans Kwoze  

ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,


ସମସ୍ତଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ ।


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।”


ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।


କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ |


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।


ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।


ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?”


ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେ‌ନ୍‌‌ର ସନ୍ତାନ ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‌ର ବଂଶ।


ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”


Swiv nou:

Piblisite


Piblisite