Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:2 - ଓଡିଆ ବାଇବେଲ

2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭର ଭାଇ ହାରୋଣଙ୍କୁ ମୋର ସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚୟ ଇସ୍ରାଏଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ଯିବାକୁ ଛାଡ଼ି ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 7:2
13 Referans Kwoze  

ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।


ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ।”


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।


ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।


ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।


ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।


ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।


ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”


Swiv nou:

Piblisite


Piblisite