Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:21 - ଓଡିଆ ବାଇବେଲ

21 ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ଯଦି ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଯେବେ ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝାଙ୍କ ପଠାଇବା ଯେ, ତଦ୍ଦ୍ଵାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।

Gade chapit la Kopi

ପବିତ୍ର ବାଇବଲ

21 ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ ତେବେ ମାଛିମାନଙ୍କ ଦ୍ୱାରା ତୁମ୍ଭର ଗୃହ ପରିପୂର୍ଣ୍ଣ ହେବ। ଏବଂ ମାଛିମାନେ ତୁମ୍ଭ ଉପରେ, ତୁମ୍ଭର ଲୋକମାନଙ୍କ ଉପରେ, ତୁମ୍ଭର କର୍ମଗ୍ଭରୀମାନଙ୍କ ଉପରେ ବ୍ୟାପିଯିବେ। ମିଶରର ସମସ୍ତ ଗୃହ ମାଛିରେ ପରିପୂର୍ଣ୍ଣ ହେବ। ଏବଂ ମାଛିମାନଙ୍କ ଦ୍ୱାରା ମଧ୍ୟ ଭୂମି ପରିପୂର୍ଣ୍ଣ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 8:21
7 Referans Kwoze  

ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।


ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।


ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।”


ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍‍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।


ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରି ଗଲେ।


Swiv nou:

Piblisite


Piblisite