Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:23 - ଓଡିଆ ବାଇବେଲ

23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।

Gade chapit la Kopi

ପବିତ୍ର ବାଇବଲ

23 ତେଣୁ ମୋଶା ତାଙ୍କର ଆଶାବାଡ଼ିକୁ ଆକାଶ ଆଡ଼େ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 9:23
22 Referans Kwoze  

ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍‍ ବୃହତ୍‍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା ।


ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।


ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର ।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା ।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।


ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।


ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।


ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ?


Swiv nou:

Piblisite


Piblisite