Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:3 - ଓଡିଆ ବାଇବେଲ

3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।

Gade chapit la Kopi

ପବିତ୍ର ବାଇବଲ

3 ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 9:3
9 Referans Kwoze  

ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।


ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।


ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।


ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”


ମୋ’ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।


“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।


Swiv nou:

Piblisite


Piblisite