Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:3 - ଓଡିଆ ବାଇବେଲ

3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର। ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।” ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା।

Gade chapit la Kopi




ଯିହିଜିକଲ 3:3
18 Referans Kwoze  

ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !


ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।


ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।


ଆଉ, ସେ ମୋ’ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।


ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ’ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।


ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”


ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।


ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।


Swiv nou:

Piblisite


Piblisite