Biblia Todo Logo
Bib sou entènèt

- Piblisite -




ଏଜ୍ରା 10:1 - ଓଡିଆ ବାଇବେଲ

1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ୱୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ନତମସ୍ତକ ହୋଇ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇସ୍ରାଏଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିଲେ। ସେହି ଇସ୍ରାଏଲୀୟମାନେ ମଧ୍ୟ ଅତିଶୟ କ୍ରନ୍ଦନ କରୁଥିଲେ।

Gade chapit la Kopi




ଏଜ୍ରା 10:1
29 Referans Kwoze  

ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ’ର ପାପ ଓ ମୋ’ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ’ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି ।


ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।


ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍‍ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;


ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।


ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ ।


ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।


ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,


ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।


ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।


ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା।


Swiv nou:

Piblisite


Piblisite