Biblia Todo Logo
Bib sou entènèt

- Piblisite -




ଏଜ୍ରା 3:7 - ଓଡିଆ ବାଇବେଲ

7 ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନ୍‍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସକାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟ-ଦ୍ରବ୍ୟ ଓ ତୈଳ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ

7 ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋ‌ନ୍‌ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।

Gade chapit la Kopi




ଏଜ୍ରା 3:7
20 Referans Kwoze  

ଏଣୁ ଏବେ ମୋ’ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋ’ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।


ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍‍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ ।


ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ ।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।


ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।


ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।


ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।


ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;


Swiv nou:

Piblisite


Piblisite