Biblia Todo Logo
Bib sou entènèt

- Piblisite -




ଏଜ୍ରା 5:2 - ଓଡିଆ ବାଇବେଲ

2 ତହିଁରେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ଵରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତାମାନେ ସେମାନଙ୍କ ସଙ୍ଗେ ରହି ସାହାଯ୍ୟ କଲେ।

Gade chapit la Kopi




ଏଜ୍ରା 5:2
16 Referans Kwoze  

ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।


ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ ।


ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।”


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।


ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।


ପାରସ୍ୟର ରାଜା କୋରସ୍‍ କୋଷାଧ୍ୟକ୍ଷ ମିତ୍ରଦାତର ହସ୍ତ ଦ୍ୱାରା ତାହାସବୁ ବାହାର କରି ଆଣି ଯିହୁଦାର ଅଧିପତି ଶେଶବସରକୁ ଗଣନା କରି ଦେଲା।


ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।


ତହିଁରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କ’ଣ ?”


ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”


Swiv nou:

Piblisite


Piblisite