Biblia Todo Logo
Bib sou entènèt

- Piblisite -




ଏଜ୍ରା 6:5 - ଓଡିଆ ବାଇବେଲ

5 ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି, ପରମେଶ୍ଵରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୁଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ଵ ସ୍ଵ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ଵରଙ୍କ ଗୃହରେ ତାହାସବୁ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସୁନା ଓ ରୂପାପାତ୍ର ନବୂଖ‌ଦ୍‌ନିତ୍ସର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହା ସବୁ ଫେରାଇ ଦିଆଯାଉ। ଏବଂ ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରରେ ତାହା ସବୁ ରଖ।

Gade chapit la Kopi




ଏଜ୍ରା 6:5
12 Referans Kwoze  

ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।


ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;


ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚାମସ ଓ ପାତ୍ର ସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।


ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।


ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।


ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।


Swiv nou:

Piblisite


Piblisite