Biblia Todo Logo
Bib sou entènèt

- Piblisite -




ଏଜ୍ରା 8:1 - ଓଡିଆ ବାଇବେଲ

1 ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,

Gade chapit la Kopi

ପବିତ୍ର ବାଇବଲ

1 ଏହି ନାମଗୁଡ଼ିକ ହେଉଛି ପିତୃବଂଶର ମୁଖ୍ୟମାନେ ଏବଂ ଅନ୍ୟ ଲୋକମାନେ ଯେଉଁମାନେ ଏଜ୍ରାଙ୍କ ସହିତ ବାବିଲୋ‍ନ୍‍ରୁ ଯିରୁଶାଲମକୁ ଆସିଥିଲେ। ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜାଙ୍କ ସମୟରେ ଯିରୁଶାଲମକୁ ଆସିଥିଲୁ। ଏହିଠାରେ ସେମାନଙ୍କର ଚିଠା ଦିଆଗଲା।

Gade chapit la Kopi




ଏଜ୍ରା 8:1
16 Referans Kwoze  

ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।


ମୁଁ ଆଜ୍ଞା କରୁଅଛି ଯେ, ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।


ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।


ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।


ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।


ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।


ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ବସ୍ତତା ସକାଶୁ ବନ୍ଦୀ ହୋଇ ବାବିଲ୍‍କୁ ନୀତ ହେଲେ।


ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ-ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।


ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋ’ ପ୍ରତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋ’ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।


ପୀନହସ୍‍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍‍।


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


Swiv nou:

Piblisite


Piblisite