Biblia Todo Logo
Bib sou entènèt

- Piblisite -




ଏଜ୍ରା 9:9 - ଓଡିଆ ବାଇବେଲ

9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ଵାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ-ରାଜଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲ।

Gade chapit la Kopi




ଏଜ୍ରା 9:9
25 Referans Kwoze  

ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”


ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।


ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃର୍ନିର୍ମିତ ହେବ।


ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।


ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।


ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା ?


ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।


ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।


ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,


ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।


ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।


Swiv nou:

Piblisite


Piblisite