Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:13 - ଓଡିଆ ବାଇବେଲ

13 ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ୱରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଇହୁଦୀ ଧର୍ମ ପ୍ରତି ଅନୁରକ୍ତ ଥିବା ସମୟରେ ମୁଁ କିପରି ଜୀବନ ଯାପନ କରୁଥିଲି, କିପରି ନିର୍ଦ୍ଦୟ ଭାବରେ ଈଶ୍ୱରଙ୍କ ଉପାସକ ମଣ୍ଡଳୀକୁ ତାଡ଼ନା କରୁଥିଲି ଏବଂ ତାହାକୁ ଧ୍ୱଂସ କରିବା ନିମନ୍ତେ କିପରି ଯଥାସାଧ୍ୟ ଚେଷ୍ଟା କରିଥିଲି, ଏସବୁ ବିଷୟ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେମାନେ ମୋ’ ପୂର୍ବ ଜୀବନ ବିଷୟରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦେବା ପାଇଁ ଚେଷ୍ଟା କରିଥିଲି।

Gade chapit la Kopi




ଗାଲାତୀୟ 1:13
14 Referans Kwoze  

କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ ।


କାରଣ ଈଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।


ପରେ ସେ ଯିରୂଶାଲମକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ ।


ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ?


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଉଦ୍‍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।


ଶାଉଲ, ସ୍ତିଫାନ‍ଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।


ଯିହୂଦୀ ବା ଗ୍ରୀକ୍‍ ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା ।


Swiv nou:

Piblisite


Piblisite