Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:16 - ଓଡିଆ ବାଇବେଲ

16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପୁଣି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ଯେତେବେଳେ ମୋ’ ନିକଟରେ ସେ ତାଙ୍କ ପୁତ୍ରଙ୍କୁ ପ୍ରକାଶ କଲେ, ଏ ବିଷୟରେ ପରାମର୍ଶ କରିବା ନିମନ୍ତେ ମୁଁ ଅନ୍ୟ କାହା ନିକଟକୁ ଯାଇ ନ ଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ

Gade chapit la Kopi

ପବିତ୍ର ବାଇବଲ

16 ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ କହିଲେ। ଯେତେବେଳେ ପରମେଶ୍ୱର ମୋତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାଯ୍ୟ ନେଇ ନ ଥିଲି।

Gade chapit la Kopi




ଗାଲାତୀୟ 1:16
30 Referans Kwoze  

ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।


କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରି ପାରନ୍ତି;


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।


କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି ।


ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।


ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ୱରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ ।


ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ ।


ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ ।


ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


Swiv nou:

Piblisite


Piblisite