Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:21 - ଓଡିଆ ବାଇବେଲ

21 ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପରେ ମୁଁ ସୁରିଆ ଓ କିଲିକିଆ ଅଞ୍ଚଳକୁ ଗଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଏହାପରେ ମୁଁ ସିରିଆ ଓ ସିଲିସିଆର ବହୁ ସ୍ଥାନକୁ ଯାଇଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ମୁଁ ସୁରିଆ ଓ କିଲିକିୟା ଅଞ୍ଚଳଗୁଡ଼ିକୁ ଗଲି।

Gade chapit la Kopi




ଗାଲାତୀୟ 1:21
12 Referans Kwoze  

ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ ।


ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ ।


କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।


ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ,


ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।


ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା ।


ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।


Swiv nou:

Piblisite


Piblisite