Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:22 - ଓଡିଆ ବାଇବେଲ

22 ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେହି ସମୟରେ ଯିହୁଦା ପ୍ରଦେଶରେ ଥିବା ଖ୍ରୀଷ୍ଟୀୟ ମଣ୍ଡଳୀର ସଦସ୍ୟମାନେ ମୋତେ ବ୍ୟକ୍ତିଗତଭାବେ ଜାଣି ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;

Gade chapit la Kopi

ପବିତ୍ର ବାଇବଲ

22 ଯିହୂଦାରେ ଖ୍ରୀଷ୍ଟଙ୍କଠାରେ ଥିବା ମଣ୍ଡଳୀଗୁଡ଼ିକ ମୋତେ ପୂର୍ବରୁ ଦେଖି ନ ଥିବାରୁ ମୋତେ ଚିହ୍ନି ନ ଥିଲେ।

Gade chapit la Kopi




ଗାଲାତୀୟ 1:22
11 Referans Kwoze  

କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ଡଳୀସମୁହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୂଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହି ସବୁ ଦୁଃଖଭୋଗ କରୁଅଛ ।


ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।


ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;


ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।


ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;


ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।


ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।


କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ୱର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ ।


Swiv nou:

Piblisite


Piblisite