Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:1 - ଓଡିଆ ବାଇବେଲ

1 ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଚଉଦ ବର୍ଷ ପରେ ବର୍ଣ୍ଣବାଙ୍କ ସହିତ ମୁଁ ଯିରୂଶାଲମକୁ ଫେରିଲି; ମୋ’ ସଙ୍ଗରେ ତିତସଙ୍କୁ ମଧ୍ୟ ନେଇ ଯାଇଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି।

Gade chapit la Kopi

ପବିତ୍ର ବାଇବଲ

1 ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣ‌ବ୍‌‌‌‌ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି।

Gade chapit la Kopi




ଗାଲାତୀୟ 2:1
20 Referans Kwoze  

ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,


ଆଉ, ଅବଶିଷ୍ଟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ ।


ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।


ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ?


ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,


ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।


କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।


ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।


ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


Swiv nou:

Piblisite


Piblisite