Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:11 - ଓଡିଆ ବାଇବେଲ

11 କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ଯେତେବେଳେ କେଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ପିତର ଆଣ୍ଟିୟୋଖକୁ ଆସିଥିବାବେଳେ ମୁଁ ସର୍ବସାଧାରଣରେ ତାଙ୍କର ପ୍ରତିରୋଧ କରିଥିଲି, କାରଣ ସେ ନିଶ୍ଚିତଭାବେ ଭୁଲ୍ କାର୍ଯ୍ୟ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ପିତର ଆନ୍ତିୟଖିଆ ନଗରକୁ ଆସିଲେ। ସେ ସେଠାରେ କିଛି ଭୂଲ୍ କାମ କଲେ। ମୁଁ ତାଙ୍କ ବିରୁଦ୍ଧରେ ସିଧାସଳଖ କହିଲି, କାରଣ ସେ ଦୋଷୀ ଥିଲେ। ଘଟଣାଟି ଏହା:

Gade chapit la Kopi




ଗାଲାତୀୟ 2:11
31 Referans Kwoze  

ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।


ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ ।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।


କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି ।


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।


ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।


ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”


ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।


ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।


ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ ।


କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।


ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।


Swiv nou:

Piblisite


Piblisite