Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:19 - ଓଡିଆ ବାଇବେଲ

19 ଯେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯେଣୁ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ବ୍ୟବସ୍ଥା ଦ୍ଵାରା ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ବ୍ୟବସ୍ଥା ପ୍ରତି ମୁଁ ସମ୍ପୂର୍ଣ୍ଣ ମୃତ - ସେହି ବ୍ୟବସ୍ଥା ଦ୍ୱାରା ହିଁ ମୁଁ ନିହତ ହୋଇଛି। କିନ୍ତୁ ମୁଁ ଏବେ ଈଶ୍ୱରଙ୍କ ପାଇଁ ସଜୀବ। ଖ୍ରୀଷ୍ଟଙ୍କ ସହିତ ତାଙ୍କ କ୍ରୁଶ ଉପରେ ମୁଁ ମଧ୍ୟ ନିହତ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

19 ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି।

Gade chapit la Kopi




ଗାଲାତୀୟ 2:19
28 Referans Kwoze  

ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ୱରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।


ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?


ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ ।


ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।


କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।


କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ୱରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର ।


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।


ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,


କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ ।


ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି ।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


Swiv nou:

Piblisite


Piblisite