Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:7 - ଓଡିଆ ବାଇବେଲ

7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅପର ପକ୍ଷରେ, ସେମାନେ ଦେଖିଥିଲେ ଯେ, ଈଶ୍ୱର ଯେଉଁପରି ଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ପିତରଙ୍କୁ ଦେଇଥିଲେ, ସେହିପରି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ମୋତେ ଦେଇଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ

7 ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି।

Gade chapit la Kopi




ଗାଲାତୀୟ 2:7
20 Referans Kwoze  

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।


କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ୱରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ ।


ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।


କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି ।


ଅତଏବ ଈଶ୍ୱରଙ୍କ ଏହି ପରିତ୍ରାଣ ଅଣଯିହୂଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ ।


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।


ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ ।


କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,


ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।


କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?


Swiv nou:

Piblisite


Piblisite