Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:9 - ଓଡିଆ ବାଇବେଲ

9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ଵରୂପେ ଖ୍ୟାତ ଯାକୁବ, କେଫା ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ନେତା ରୂପେ ବିବେଚିତ ହେଉଥିବା ଯାକୁବ, ପିତର ଓ ଯୋହନ ସ୍ୱୀକାର କରିଥିଲେ ଯେ, ଈଶ୍ୱର ମୋତେ ଏହି ବିଶେଷ କାର୍ଯ୍ୟର ଦାୟିତ୍ୱ ଦେଇଛନ୍ତି। ତେଣୁ ସେମାନେ ମୋତେ ଓ ବର୍ଣ୍ଣବାଙ୍କୁ ସହଯୋଗୀ ରୂପେ ଆଦରରେ ଗ୍ରହଣ କରିଥିଲେ। ବର୍ଣ୍ଣବା ଓ ମୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଓ ସେମାନେ ଇହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରିବେ ବୋଲି ଆମେ ଏକମତ ହୋଇଥିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;

Gade chapit la Kopi

ପବିତ୍ର ବାଇବଲ

9 ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣ‌ବ୍‌‌‌‌ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣ‌ବ୍‌‌‌‌ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”

Gade chapit la Kopi




ଗାଲାତୀୟ 2:9
32 Referans Kwoze  

କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି ।


ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।


ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;


ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତିସହ ଆମ୍ଭମାନଙ୍କୁ ନିବେଦନ କଲେ;


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


ତଥାପି ମୋତେ ଈଶ୍ୱରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି ।


ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ ।


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।


ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।


ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋ’ ମନ ସରଳ, ସେପରି ତୁମ୍ଭ ମନ କି ମୋ’ ପ୍ରତି ଅଛି ?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ। ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।


ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।


ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।


କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।


ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି


ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।


ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।


ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।


Swiv nou:

Piblisite


Piblisite