Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:14 - ଓଡିଆ ବାଇବେଲ

14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଆଶୀର୍ବାଦ ପ୍ରଦାନ କରିବାକୁ ପ୍ରତିଜ୍ଞା କରିଥିଲେ, ଅଣଇହୁଦୀମାନେ ମଧ୍ୟ ଯେପରି ତାହା ଲାଭ କରି ପାରିବେ, ଏଥିପାଇଁ ଖ୍ରୀଷ୍ଟ ଏହି କାର୍ଯ୍ୟ ସାଧନ କରିଛନ୍ତି। ତେଣୁ ବିଶ୍ୱାସ ଦ୍ୱାରା ଆମେ ମଧ୍ୟ ଈଶ୍ୱରଙ୍କ ପ୍ରତିଶ୍ରୁତି ଅନୁସାରେ ପବିତ୍ର ଆତ୍ମା ଲାଭ କରିପାରିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।

Gade chapit la Kopi

ପବିତ୍ର ବାଇବଲ

14 ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ୟ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ୱାସ ଦ୍ୱାରା ଆମ୍ଭେ ସମସ୍ତେ ସେହି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇ ପାରିବା।

Gade chapit la Kopi




ଗାଲାତୀୟ 3:14
48 Referans Kwoze  

ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।


ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ?


ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।


ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।


ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।


ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ ।


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।


ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।


ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।


ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି ।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।


ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।


Swiv nou:

Piblisite


Piblisite