Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:18 - ଓଡିଆ ବାଇବେଲ

18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ଅଧିକାର ଯଦି ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ଵର ପ୍ରତିଜ୍ଞା ଦ୍ଵାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଈଶ୍ୱରଙ୍କ ପ୍ରତିଜ୍ଞାତ ଆଶୀର୍ବାଦପ୍ରାପ୍ତି ଯଦି ବ୍ୟବସ୍ଥା ପାଳନ ଉପରେ ନିର୍ଭର କରେ, ତେବେ ତାହା ତାଙ୍କ ପ୍ରତିଜ୍ଞାର ଫଳ ବୋଲି ଆଉ କୁହାଯାଇ ପାରିବ ନାହିଁ। ତେଣୁ ଈଶ୍ୱର କେବଳ ତାଙ୍କର ପ୍ରତିଜ୍ଞାନୁଯାୟୀ ସେହି ଆଶୀର୍ବାଦ ଅବ୍ରାହାମଙ୍କୁ ପ୍ରଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ଯଦି ଉତ୍ତରାଧିକାର “ବ୍ୟବସ୍ଥା ଆଧାରିତ” ଅଟେ, ତେବେ ତାହା ‘‘ପ୍ରତିଶୃତି ଆଧାରିତ” ହୋଇ ପାରିବ ନାହିଁ। କିନ୍ତୁ ପରମେଶ୍ୱର ଆପଣା ପ୍ରତିଶୃତି ମାଧ୍ୟମରେ ମୁକ୍ତ ଭାବରେ ଅବ୍ରହାମଙ୍କୁ ତାଙ୍କର ଆଶୀର୍ବାଦ ପ୍ରଦାନ କରିଥିଲେ।

Gade chapit la Kopi




ଗାଲାତୀୟ 3:18
14 Referans Kwoze  

ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।


କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ।


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;


ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।


ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହି ସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''


Swiv nou:

Piblisite


Piblisite