Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:21 - ଓଡିଆ ବାଇବେଲ

21 ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତେବେ ବ୍ୟବସ୍ଥା କି ଈଶ୍ଵରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ବ୍ୟବସ୍ଥା ଦତ୍ତ ହୋଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ବ୍ୟବସ୍ଥାମୂଳକ ହୁଅନ୍ତା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଏହାର ଅର୍ଥ କ’ଣ? ବ୍ୟବସ୍ଥା କ’ଣ ଈଶ୍ୱରଙ୍କ ପ୍ରତିଜ୍ଞାର ବିରୋଧ କରେ? ନା, କଦାପି ନୁହେଁ। କାରଣ ମନୁଷ୍ୟକୁ ଜୀବନ ଦେବା ଭଳି ଯଦି ଗୋଟିଏ ବ୍ୟବସ୍ଥା କରାଯାଇ ଥାଆନ୍ତା, ତେବେ ତାହା ପାଳନ କରିବା ଦ୍ୱାରା ହିଁ ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହୋଇପାରି ଥାଆନ୍ତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।

Gade chapit la Kopi

ପବିତ୍ର ବାଇବଲ

21 ଏହାର ଅର୍ଥ କ’ଣ ଏହା ଯେ ବ୍ୟବସ୍ଥା ପରମେଶ୍ୱରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତରେ ଜୀବନ ଭଳି ବ୍ୟବସ୍ଥା ଯଦି ଦିଆଯାଇ ପାରିଥା’ନ୍ତା, ତେବେ ସେହି ବ୍ୟବସ୍ଥା ଦ୍ୱାରା ପରମେଶ୍ୱରଙ୍କ ସହିତ ଆମ୍ଭେ ପ୍ରକୃତରେ ଧାର୍ମିକ ହୋଇ ପାରିଥାଆନ୍ତୁ।

Gade chapit la Kopi




ଗାଲାତୀୟ 3:21
18 Referans Kwoze  

ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।


କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ ।


ଯେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।


କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ ? ତାହା କେବେ ହେଁ ନ ହେଉ ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''


ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ୱର କିପରି ଜଗତର ବିଚାର କରିବେ ?


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ ।


ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ ।


ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;


(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।


Swiv nou:

Piblisite


Piblisite