Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:12 - ଓଡିଆ ବାଇବେଲ

12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଭାଇମାନେ, ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ପରି ହୁଅ। ମୁଁ ତୁମ୍ଭମାନଙ୍କ ପରି ହୋଇଛି ଓ ତୁମ୍ଭେମାନେ ମୋ’ ପ୍ରତି କୌଣସି ମନ୍ଦ ବ୍ୟବହାର କରି ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ।

Gade chapit la Kopi

ପବିତ୍ର ବାଇବଲ

12 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭେମାନେ ବର୍ତ୍ତମାନ ମୋ’ ପରି ହୁଅ।

Gade chapit la Kopi




ଗାଲାତୀୟ 4:12
13 Referans Kwoze  

କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି ।


ପୁଣି, ସେ ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କ’ଣ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ ?” ତହିଁରେ ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”


ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?


ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ ।


ପୁଣି, ଅଣଯିହୂଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୂଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ଦେଇଅଛନ୍ତି ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍‍ ।


ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି ।


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି


Swiv nou:

Piblisite


Piblisite