Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:16 - ଓଡିଆ ବାଇବେଲ

16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ବର୍ତ୍ତମାନ ମୁଁ ସତ୍ୟ କହି ଥିବାର କ’ଣ ତୁମ୍ଭମାନଙ୍କର ଶତ୍ରୁ ହୋଇ ଯାଇଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି?

Gade chapit la Kopi




ଗାଲାତୀୟ 4:16
17 Referans Kwoze  

ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।


ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ ?


କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ ।


ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।


ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ’ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?


ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।


ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।”


ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ ।


ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।


Swiv nou:

Piblisite


Piblisite