Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:25 - ଓଡିଆ ବାଇବେଲ

25 ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ହାଗାର, ଏହି ଶଦ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ଵରେ ରହିଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଆରବ ଦେଶରେ ଅବସ୍ଥିତ ସିନାଇ ପର୍ବତ ସ୍ୱରୂପ ହାଗାର ବର୍ତ୍ତମାନର ଯିରୂଶାଲମ ନଗର ସଦୃଶ। ହାଗାର ପରି ଯିରୂଶାଲମ ଓ ତା’ର ଅଧିବାସୀମାନେ ବର୍ତ୍ତମାନ ଦାସତ୍ୱ ବନ୍ଧନରେ ଆବଦ୍ଧ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।

Gade chapit la Kopi

ପବିତ୍ର ବାଇବଲ

25 ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି।

Gade chapit la Kopi




ଗାଲାତୀୟ 4:25
12 Referans Kwoze  

କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,


କିଅବା ମୋ' ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେସକକୁ ବାହୁଡ଼ି ଆସିଲି ।


ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।


ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ ।


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।


ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍‍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍‍ ହେଲା)


ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ ।


କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;


Swiv nou:

Piblisite


Piblisite