Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:3 - ଓଡିଆ ବାଇବେଲ

3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଠିକ୍ ସେହିପରି ଆମେ ମଧ୍ୟ ଆଧ୍ୟାତ୍ମିକଭାବେ ପ୍ରାପ୍ତବୟସ୍କ ହେବା ପୂର୍ବରୁ, ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କର ଦାସ ଥିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ମୌଳିକ ବିଷୟଗୁଡ଼ାକର ଦାସ ଥିଲୁ

Gade chapit la Kopi

ପବିତ୍ର ବାଇବଲ

3 ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ।

Gade chapit la Kopi




ଗାଲାତୀୟ 4:3
20 Referans Kwoze  

ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ ।


ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।


ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,


ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।


ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି ।


ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।


କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧିନରେ ଥାଏ ।


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ ।


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ୱରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ ।


Swiv nou:

Piblisite


Piblisite